ବାତ୍ୟା ସିତ୍ରଙ୍ଗ ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହା କ୍ରମଶଃ ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଅବପାତ ଓ ୨୩ ତାରିଖରେ ଗଭୀର ଅବପାତରେ ପରିଣତ ହେବ ।
ଏହାପରେ ଗଭୀର ଅବପାତ ଉତ୍ତର ଦିଗକୁ ରିକର୍ଭ କରି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ । ଏହାପରେ ବାତ୍ୟା ସିତ୍ରଙ୍ଗ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ୨୫ ତାରିଖରେ ଓଡ଼ିଶା ଉପକୂଳରୁ ଦୂରରେ ଯାଇ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ।
୨୪ ତାରିଖ ଭୋର ପରଠାରୁ ସମ୍ଭାବ୍ୟ ସିଷ୍ଟମ ପ୍ରଭାବରେ ଉପକୂଳ ଓଡ଼ିଶାରେ କିଛି-କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ବେଳେ ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି
— Meteorological Centre, Bhubaneswar (@mcbbsr) October 20, 2022
ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ହେବ । ୨୩ ତାରିଖରେ ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।
୨୫ ତାରିଖରେ ମୟୂରଭଞ୍ଜ, ଯାଜପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବାତ୍ୟା ପାଇଁ ୨୨ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଘଣ୍ଟାପ୍ରତି ୭୦ରୁ ୮୦ କିମି ବେଗରେ ପବନ ବହିବ । ଝଟକା ପବନର ଘଣ୍ଟାପ୍ରତି ବେଗ ୯୦ କିଲୋମିଟର ରହିପାରେ ।
ଓଡ଼ିଶା ଉପରୁ ବାତ୍ୟା ବିପଦ ଏକପ୍ରକାର ଟଳିଥିବା ବେଳେ ବାତ୍ୟାର ତୀବ୍ରତା ଏଯାଏ ସ୍ପଷ୍ଟ ହୋଇ ନାହିଁ । ଅନ୍ୟପଟେ ଆଜି ରାଜ୍ୟର ଆଉ କିଛି ଜିଲ୍ଲାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅପସାରଣ ହୋଇଥିବା ବେଳେ ୨ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ଅପସାରଣ ପାଇଁ ପାଗ ଅନୁକୂଳ ଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।