ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ସକ୍ରିୟ ଗଭୀର ଅବପାତ
ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହୋଇଛି ସୃଷ୍ଟ ଲଘୁଚାପ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆଉ କିଛି ଘଣ୍ଟାରେ ଗଭୀର ଅବପାତ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ । ବାତ୍ୟା ରିକର୍ଭ କରି ଉତ୍ତର-ଉତ୍ତରପୂର୍ବ ଦିଗକୁ ଯାଇ ବାଂଲାଦେଶ ଉପକୂଳ ୨୫ ତାରିଖ ସକାଳେ ଛୁଇଁବ ।
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ pic.twitter.com/yHygSeQoPR
— Meteorological Centre, Bhubaneswar (@mcbbsr) October 23, 2022
ପ୍ରଭାବରେ ୨୪ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
#Warning for Day-1 & Day-2
Day-3 to Day-5: No Warning pic.twitter.com/EG68k8lzqJ— Meteorological Centre, Bhubaneswar (@mcbbsr) October 23, 2022
ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୫ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଓଡ଼ିଶାର ସମସ୍ତ ବନ୍ଦରରେ ୩ ନମ୍ବର ସଂକେତ ଦିଆଯାଇଛି ।