ପଞ୍ଚୁକର ତୃତୀୟ ଦିନରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ: ଆାଜି ହେଉଛି ପଞ୍ଚୁକର ତୃତୀୟ ଦିନ। ତ୍ରିବିକ୍ରମ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କର ତିବିକ୍ରମ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶରେ ପ୍ରଭୁ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥିଲା । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳିଥାଏ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା । ଆସନ୍ତା କାଲି ଲଷ୍ମୀନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।