ବଢିଲା ସୁନା ଦାମ୍
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ପାଇଛି । ଗତକାଲି ୧୦ ଗ୍ରାମର ସୁନା ଦର ୫୦,୬୦୦ ଟଙ୍କା ରହିଥିଲା । ଏହି କ୍ରମରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦,୯୦୦ ଟଙ୍କା ରହିଛି ।
ଆଜି ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ଦର ୫୦,୯୦୦ ଟଙ୍କା ରହିଛି । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦ ହଜାର ୫୦୦ ଟଙ୍କା ରହିଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮ ହଜାର ୪୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪ ହଜାର ଟଙ୍କା, ୩୯, ୭୦୦ ଟଙ୍କା ଓ ୩୧, ୧୦୦ ଟଙ୍କା ରହିଛି । ସୁନା କଏନ୍ର ମୂଲ୍ୟ ୪୦,୨୦୦ ଟଙ୍କାରେ ପହଞ୍ଚିଛି ।
କଟକ ରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୧୫ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୦ (କ୍ୟାସ ୯୯୫) ଟଙ୍କା ରହିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୨୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।