ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କରଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଆଜି ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

ସେ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ର ଥିଲେ। ପରେ ଅଧ୍ୟାପକ ଓ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିଲେ। ଗତକାଲି ସଙ୍ଗୀତ ମହାବିଦ୍ୟାଳୟରେ ସେ ତାଙ୍କର ଶେଷ ପ୍ରୋଗ୍ରାମ କରିଥିଲେ। ତେବେ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି, ଯାହା ଅତ୍ୟନ୍ତ ଦୁଃଖଦାୟକ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Related Articles

Back to top button