ଆସନ୍ତାକାଲି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ: ଆସନ୍ତାକାଲି ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ଅର୍ଥାତ୍‌ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପରମ୍ପରା ଅନୁଯାୟୀ, ଶ୍ରୀଜୀଉଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ପହୁଡ଼ ଆଳତି କରାଯିବ। ଏହାପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ।

ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର କରାଯାଇଥାଏ । ବନକ ଲାଗି ନୀତି ସମାପନ ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହାପରେ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ।

Related Articles

Back to top button