ନବ ଦାସଙ୍କୁ ଗୁଳି ହୋଇଥିବା ଘଟଣାସ୍ଥଳରେ ହେଲା ସିନ୍ ରିକ୍ରିଏସନ୍

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିବା ମାମଲାରେ ହେଲା ସିନ୍ ରିକ୍ରିଏସନ୍ । ଏଥିପାଇଁ ଘଟଣାସ୍ଥଳରେ ଅଭିଯୁକ୍ତ ଗୋପାଳ ଦାସକୁ ଧରି ପହଞ୍ଚିଛି କ୍ରାଇମବ୍ରାଞ୍ଚ। ଗୋପାଳକୁ ଧରି କ୍ରାଇମ ସିନ୍ ରିକ୍ରିଏସନ୍ କଲା କ୍ରାଇମବ୍ରାଞ୍ଚ । ସୂଚନା ମୁତାବକ, କଡ଼ା ସୁରକ୍ଷା ବ୍ୟବସ୍ଥାରେ ଗୋପାଳକୁ ଧରି ସ୍ପଟରେ ପହଞ୍ଚିଥିଲା ଟିମ୍ । କ୍ରାଇମସ୍ପଟ ବ୍ରଜରାଜନଗରରେ ସିନ୍ ରିକ୍ରିଏସନ ଚାଲିଥିବା ଜଣାପଡିଛି । ଏହି ସମୟରେ ଗୁଜରାଟ ଗାନ୍ଧୀନଗରରୁ ଆସିଥିବା ଏକ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିଛି । ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡରେ ତଦନ୍ତକାରୀ ଟିମ୍ ଗୋପାଳଙ୍କୁ ମାରାଥନ ଜେରା କରୁଛି ।

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତମାସ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେ ସେହି କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚି ମଂଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକତ ଏଏଏସ୍‌ଆଇ ଗୋପାଳକୃଷ୍ଣଙ୍କୁ ପୁଲିସ ଗିରଫ କରିଛି। ଘଟଣାର ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚ ଏପର୍ଯ୍ୟନ୍ତ ୩ଟି ଟିମ୍‌ ଗଠନ କରିଛି। ଏହାରି ମଧ୍ୟରେ ଝାରସୁଗୁଡ଼ା ଏସ୍‌ପି ରାହୁଲ ଜୈନ ଓ ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ମୁଖ୍ୟ ପୁଲିସ କାର୍ଯ୍ୟାଳୟକୁ ବଦଳି ହୋଇଛି।

ତେବେ ନବଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଛି, ଏହା କେତେଦୂର ସତ୍ୟ ତାହା ଆଗାମୀ ଦିନରେ ତଦନ୍ତରୁ ସ୍ପଷ୍ଟ ହୋଇଯିବ । ମାତ୍ର ଏହି ହତ୍ୟା ଷଡ଼ଯନ୍ତ୍ର ପଛରେ ବିରୋଧୀ ଦଳର ଜଣେ ନେତାଙ୍କର ହାତ ରହିଥିବା ବିଜେଡିର ଜଣେ ନେତା ଖୋଲାଖୋଲି ଅଭିଯୋଗ କରିଛନ୍ତି । ନବଙ୍କ ହତ୍ୟା ଏକ ସାଧାରଣ ହତ୍ୟା ନୁହେଁ, ଏହା ଏକ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ହତ୍ୟା ବୋଲି ସେ ଅଭିଯୋଗ କରିଛନ୍ତି । ଅନ୍ୟପକ୍ଷରେ ନବଙ୍କ ହତ୍ୟା ପଛରେ ବିଜେଡିର ଜଣେ ଉପକୂବର୍ତ୍ତୀ ଅଞ୍ଚଳର ନେତାଙ୍କ ହାତ ଥିବା ନେଇ ଖୋଲାଖୋଲି ଭାବେ ଗଣମାଧ୍ୟମରେ ମନ୍ତବ୍ୟ ଦେଇଛନ୍ତି ବିଜେପିର ଜଣେ ନେତା ।  ଆଗାମୀ ଦିନରେ ସତ ପଦାକୁ ଆସିବ ବୋଲି ଓଡ଼ିଶାବାସୀ ଚାହିଁ ରହିଛନ୍ତି।

Related Articles

Back to top button