ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ। ଆସନ୍ତାବର୍ଷ ଯାଜପୁର ଓ କନ୍ଧମାଳ ଜିଲାରେ ମେଡିକାଲ କଲେଜ ହେବ। ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ଆଗକୁ ସବୁ ଜିଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା ଲାଗି ରାଜ୍ୟ ସରକାର ଯୋଜନା ରଖିଛନ୍ତି। ବର୍ତ୍ତମାନ ରାଜ୍ୟର ବ୍ରହ୍ମପୁର, କଟକ ଓ ବୁର୍ଲା ସମେତ ମୋଟ ୧୦ଟି ସରକାରୀ ମେଡିକାଲ କଲେଜ ରହିଛି। ଏହା ସହିତ ୨ଟି ପୋଷ୍ଟ ଗ୍ରାଜୁଏଟ ଓ ଡେଣ୍ଟାଲ ମେଡିକାଲ କଲେଜ ଅଛି।

Related Articles

Back to top button