ମାର୍ଚ୍ଚ ପହିଲାରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ସମ୍ଭାଳିବେ ଆଇଏଏସ୍ ପ୍ରଦୀପ ଜେନା

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ଆଇଏଏସ୍ ପ୍ରଦୀପ ଜେନା। ଆଜି ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ସେହିଭଳି ଆଇଏଏସ୍ ଅନୁ ଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି ।

ଏବେ ମୁଖ୍ୟ ଶାସନ ସଚିବ ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ ତାରିଖରେ ସରୁଛି । ୧୯୮୯ ବ୍ୟାଚର ଆଇଏଏସ୍ ଅଧିକାରୀ ପ୍ରଦୀପ ଜେନା ମାର୍ଚ୍ଚ ୧ରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଶ୍ରୀ ଜେନା ଏବେ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ୍ କମିଶନର ଅଛନ୍ତି ।

ଏବେ ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ଥିବା ୧୯୯୧ ବ୍ୟାଚର ଆଇଏଏସ୍ ଅନୁ ଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ମୁଖ୍ୟ ଶାସନ ସଚିବ ସହ ପ୍ରଦୀପ ଜେନା ଅତିରିକ୍ତ ଭାବେ ଜଳ ସମ୍ପଦ ବିଭାଗର ଦାୟିତ୍ୱ ତୁଲାଇବେ ।

Related Articles

Back to top button