ଗାଡ଼ି ଧକ୍କାରେ ପ୍ରାଣ ହରାଇଥବା ୩ ମୃତ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆହତ ଛାତ୍ର ମାନଙ୍କର ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି

ସୁବର୍ଣ୍ଣପୁର: କାର୍‌ ଧକ୍କାରେ ୩ ଜଣ ଛାତ୍ର ପ୍ରାଣ ହରାଇଥିଲେ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅନୁକମ୍ପାମୂଳକ ସହାୟତାରାଶି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବର୍ଣ୍ଣପୁରର ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ମୃତ ଛାତ୍ର ମାନଙ୍କ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏଥିସହିତ ଆହତ ଛାତ୍ର ମାନଙ୍କର ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି। ଏବଂ ସେମାନେ କିପରି ଶୀଘ୍ର ସୁସ୍ଥ ହୋଇଯିବେ ସେଥିପାଇଁ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Related Articles

Back to top button