‘ଜ୍ୱିଗାଟୋ’ ଚଳଚ୍ଚିତ୍ରକୁ ଟାକ୍ସ ଫ୍ରି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି ।

Related Articles

Back to top button