ଓଡ଼ିଶାରେ ୧୦୦% ବିଦ୍ୟୁତିକରଣ ସମ୍ପୂର୍ଣ୍ଣ କଲା ଭାରତୀୟ ରେଳବାଇ
ଭୁବନେଶ୍ୱର: ୨୦୩୦ ସୁଦ୍ଧା ନେଟ୍ ଜିରୋ କାର୍ବନ ଏମିଟର ବା ଶୂନ୍ୟ ଅଙ୍ଗାରକାମ୍ଳ ନିର୍ଗମନ ଲକ୍ଷ୍ୟ ହାସଲ ନିମନ୍ତେ ଭାରତୀୟ ରେଳବାଇର ପ୍ରୟାସ ଜାରି ରହିଛି । ଏହି କ୍ରମରେ ଓଡ଼ିଶାରେ ସମସ୍ତ ବ୍ରଡ୍ ଗେଜ୍ ରେଳ ଲାଇନର ଶହେ ପ୍ରତିଶତ ବିଦ୍ୟୁତିକରଣ ସମ୍ପୂର୍ଣ୍ଣ ହୋଇଛି ।
ଓଡ଼ିଶାରେ ବର୍ତ୍ତମାନ ୨,୮୨୨ ରୁଟ୍ କିଲୋମିଟର ବ୍ରଡ୍ ଗେଜ୍ ନେଟୱର୍କ ରହିଛି, ଯାହାର ୧୦୦% ବିଦ୍ୟୁତିକରଣ ସମ୍ପୂର୍ଣ୍ଣ ହୋଇଛି । ଏହାଦ୍ୱାରା ଲାଇନ୍ ହଲ୍ ଖର୍ଚ୍ଚ ପ୍ରାୟ ଅଢ଼େଇ ଗୁଣ ହ୍ରାସ ପାଇବ, ହଲେଜ୍ କ୍ଷମତା ଅଧିକ ହେବ, ସେକ୍ସନ କ୍ଷମତା ବୃଦ୍ଧି ପାଇବ, ଇଲେକ୍ଟ୍ରିକ ଲୋକୋର ପରିଚାଳନା ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ କମିବ, ଇନ୍ଧନ ଦକ୍ଷ ଓ ପରିବେଶ ଅନୁକୂଳ ପରିବହନ ମାଧ୍ୟମ ମିଳିବା ସହିତ ଅଶୋଧିତ ତୈଳ ଉପରେ ଆମଦାନୀ ହ୍ରାସ ପାଇବ ଯାହାକି ବିଦେଶୀ ମୁଦ୍ରା ସଞ୍ଚୟରେ ସହାୟକ ହେବ। ଆହୁରି, ରେଳବାଇର ୧୦୦% ବିଦ୍ୟୁତିକରଣ ନେଟୱର୍କ ନୀତି ଅନୁରୂପ ନୂଆ ବ୍ରଡ୍ ଗେଜ୍ ନେଟୱର୍କକୁ ବିଦ୍ୟୁତିକରଣ ସହିତ ମଞ୍ଜୁରି ଦିଆଯିବ ।