ଏପ୍ରିଲ ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ଓଡ଼ିଶା ସ୍କିଲ୍ କନକ୍ଲେଭ୍

ଭୁବନେଶ୍ୱର: ‘ସ୍କିଲ୍-ଇନ୍-ଓଡିଶା’ ବ୍ରାଣ୍ଡକୁ ଅଧିକ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟର ଯୁବକମାନଙ୍କୁ କେବଳ ଦେଶ ଭିତରେ ନୁହେଁ ବିଦେଶରେ ମଧ୍ୟ ନିଯୁକ୍ତି ଦେବା ପାଇଁ ଓଡିଶା ସରକାର ନୂତନ ଭାରତ ପାଇଁ ଦକ୍ଷତା ଥିମ୍ ସହିତ ଚଳିତ ଏପ୍ରିଲ ୨୦ ରୁ ୨୨ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମଠାରେ ‘ଓଡିଶା ସ୍କିଲ୍ କନକ୍ଲେଭ -୨୦୨୩’ ଆୟୋଜନ କରୁଛନ୍ତି ।

ଗୀତଗୋବିନ୍ଦ ସଦନଠାରେ ଗଣମାଧ୍ୟମକୁ ସୂଚନା ଦେଇ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ କହିଛନ୍ତି ଏହି କନକ୍ଲେଭ ମାଧ୍ୟମରେ ସରକାର ଶିଳ୍ପ, ଶାକ୍ଷାନୁଷ୍ଠାନ, ତାଲିମ ସହଭାଗୀ, କ୍ଷେତ୍ରୀୟ ଦକ୍ଷତା ପରିଷଦ, ଅନ୍ତର୍ଜାତୀୟ ସଂଗଠନ, ରାଷ୍ଟ୍ର ପ୍ରତିନିଧି ଏବଂ ସ୍କିଲ୍ ଆମ୍ବାସାଡରଙ୍କୁ ଜଡିତ ହେବାକୁ ପ୍ରଯତ୍ନ କରୁଛନ୍ତି । ସୁଚିନ୍ତିତ, ସହମତି ଭିତ୍ତିରେ କାର୍ଯ୍ୟ କରିବା ସହିତ ଏକ ନୂତନ ବିଶ୍ୱ୍ ଗଠନ ଦିଗରେ ଓଡିଶାର ବିକାଶ ଏବଂ ଭବିଷ୍ୟତର କାର୍ଯ୍ୟପନ୍ଥା ପାଇଁ ଏକ ରୋଡ୍ ମ୍ୟାପ ପ୍ରସ୍ତୁତ କରିବାର ଏହା ହେଉଛି ଉପଯୁକ୍ତ ପ୍ଲାଟଫର୍ମ ।

ଓଡ଼ିଶାର ଦକ୍ଷତା ପ୍ରଦର୍ଶନ ପାଇଁ ଓଡିଶା ସ୍କିଲ କନକ୍ଲେଭ ଏକ ଅନନ୍ୟ ସୁଯୋଗ ପ୍ରଦାନ କରିବ । ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଭାରତରେ ସମନ୍ୱିତ ସ୍କିଲ୍ ଇକୋସିଷ୍ଟମ୍, ଦକ୍ଷ ମାନବ ଶକ୍ତି ଇତ୍ୟାଦି ପ୍ରସଙ୍ଗ ଭିତ୍ତିକ ଆଲୋଚନା ସହ ଦକ୍ଷତା ବିକାଶ ଉପରେ ଅଧିବେଶନମାନ ଅନୁଷ୍ଠିତ ହେବ । ୨୧ ଏପ୍ରିଲରେ ସ୍ୱତନ୍ତ୍ର ଅଧିବେଶନ ଓ ପ୍ରଦର୍ଶନୀ ମାଧ୍ୟମରେ ଭାରତକୁ ସ୍କିଲ୍ କ୍ୟାପିଟାଲ୍ ଭାବେ ଗଢିତୋଳିବା, ଦକ୍ଷତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତିକରଣ, ଡ୍ରୋନ୍ ଟେକ୍ନୋଲୋଜି ସହିତ ସେକଫର ସ୍କିଲ୍ କାଉନସିଲର ଭୂମିକା ଆଦି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବାର ପ୍ରସ୍ତାବ ରହିଛି ବୋଲି ମନ୍ତ୍ରୀ ଶ୍ରୀ ଘଡେଇ ପ୍ରକାଶ କରିଛନ୍ତି ।

Related Articles

Back to top button