ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି।
ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।
— President of India (@rashtrapatibhvn) April 14, 2023
ରାଷ୍ଟ୍ରପତି ଶୁଭେଚ୍ଛା ବାର୍ତ୍ତା ଦେଇ ଓଡ଼ିଶାବାସୀଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି “ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।”
Happy Maha Bishuba Pana Sankranti and Odia New Year. Have a healthy and happy year ahead. pic.twitter.com/P1yTshcfve
— Narendra Modi (@narendramodi) April 14, 2023
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉତ୍ତମ ସ୍ୱାସ୍ଥ୍ୟ କାମନା କରିବା ସହ ନୂଆ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି “ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା। ସୁସ୍ଥ କମାନା କରି ନୂଆ ବର୍ଷର ଶୁଭେଚ୍ଛା ଜଣାଉଛି।”
ଓଡ଼ିଆ ନବବର୍ଷ ଏବଂ ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ।
ମହାପ୍ରଭୁ ଜଗନ୍ନାଥଙ୍କ କୃପା ସମସ୍ତଙ୍କ ଜୀବନ ପଥରେ ସର୍ବଦା ରହିଥାଉ ।
ପଣାର ମଧୁର ସ୍ୱାଦ, ଲୋକଙ୍କ ଜୀବନରେ ମଧ୍ୟ ଭରିଯାଉ । pic.twitter.com/3Cpa8chOx8
— Amit Shah (@AmitShah) April 14, 2023
କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଟ୍ୱିଟ୍ କରି ଲେଖିଛନ୍ତି “ଓଡ଼ିଆ ନବବର୍ଷ ଏବଂ ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା। ମହାପ୍ରଭୁ ଜଗନ୍ନାଥଙ୍କ କୃପା ସମସ୍ତଙ୍କ ଜୀବନ ପଥରେ ସର୍ବଦା ରହିଥାଉ। ପଣାର ମଧୁର ସ୍ୱାଦ, ଲୋକଙ୍କ ଜୀବନରେ ମଧ୍ୟ ଭରିଯାଉ।”