ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ: ଆଜି ବୈଶାଖ କୃଷ୍ଣ ଚତୁର୍ଦ୍ଦଶୀ ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି ।

Related Articles

Back to top button