ମେ’ ୯ ତାରିଖରେ ସୃଷ୍ଟି ହୋଇପାରେ ବାତ୍ୟା – ଆଇଏମଡି ଡିଜିଙ୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୯ ତାରିଖ ପାଖାପାଖି ସୃଷ୍ଟି ହୋଇପାରେ ବାତ୍ୟା । ଏନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଇଏମଡିର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର  ସୂଚନା ଦେଇଛନ୍ତି । ପୂର୍ବ ଆକଳନ ଅନୁସାରେ ୬ ତାରିଖ ପାଖାପାଖି ଘୂର୍ଣ୍ଣିବଳୟ ହେବ । ୬ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୭ରେ ଲଘୁଚାପର ରୂପ ନେବ । ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ରେ ଅବପାତର ରୂପ ନେବ । ଏହା ଅଧିକ ଘନୀଭୂତ ହୋଇ ୯ ସୁଦ୍ଧା ବାତ୍ୟା ରୂପ ନେଇପାରେ ।

ଏହାର ପ୍ରଭାବରେ ପାଗ ଖରାପ ରହିବ ଏବଂ ତେଣୁ ମତ୍ସ୍ୟଜୀବୀମାନେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରକୁ ଯିବା ଉଚିତ ନୁହେଁ। ପୂର୍ବ ଉପକୂଳ ପାଇଁ ଏଭଳି ସତର୍କ ସୂଚନା ଜାରି କରାଯାଇ ନାହିଁ ଏବଂ କେବଳ ମତ୍ସ୍ୟଜୀବୀ ମାନଙ୍କୁ ସମୟ ପୂର୍ବରୁ ଫେରି ଆସିବାକୁ ଚେତାବନୀ ଦିଆଯାଇଛି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିବା ବେଳେ ଗ୍ରୀଷ୍ମ ଋତୁର ଗତି ଜଟିଳ ହୋଇଥିବାରୁ ପ୍ରଶାସନକୁ ଆଗୁଆ ପ୍ରସ୍ତୁତ ରହିବାକୁ ସେ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ।

Related Articles

Back to top button