କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀକୁ ନେଇ ନିର୍ମିତ ହେଲା ଓଡ଼ିଆ ଫିଲ୍ମ ‘ଟି’

ଭୁବନେଶ୍ୱର: ଟ୍ରାନ୍ସଜେଣ୍ଡରଙ୍କ ସଂଘର୍ଷମୟ ଜୀବନ କାହାଣୀକୁ ନେଇ ନିର୍ମିତ ହୋଇଛି ଓଡ଼ିଆ ଫିଲ୍ମ ‘ଟି’ । ଏଥିରେ ଜିତେଶ କୁମାର ପରିଡ଼ା ନିର୍ଦ୍ଦେଶନା ଦେଇଛନ୍ତି । ଅଭିନେତା ଦେବାଶିଷ ସାହୁ ମେଘନା ସାହୁ ଚରିତ୍ରରେ ନଜର ଆସିବେ । ତାଙ୍କ ବ୍ୟତୀତ ଉଷସୀ ମିଶ୍ର, ହର ରଥ, ରଣବୀର କଲସି ଓ ପ୍ରସନ୍ନଜିତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି । ସମାଜ ପାଇଁ ଅନେକ ଶିକ୍ଷଣୀୟ ବାର୍ତ୍ତା ବହନ କରୁଛି ଏହି ଫିଲ୍ମ ।

ନିକଟରେ ଏହାର ଟ୍ରେଲର ରିଲିଜ୍ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ସିନେପଲିସ୍‌ଠାରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଟ୍ରେଲର ରିଲିଜ ହୋଇଯାଇଛି । ଏହି ଟ୍ରେଲର ରିଲିଜ ଅବସରରେ ଓଲିଉଡ଼ ସିନେ ଇଣ୍ଡଷ୍ଟ୍ରି ର ବହୁ ଖ୍ୟାତନାମା ନିର୍ଦ୍ଦେଶକ, ଅଭିନେତା, ଅଭିନେତ୍ରୀ ତଥା ଅନେକ ସିନେ ସମୀକ୍ଷକ ଯୋଗ ଦେଇଥିଲେ । ଏହି ଫିଲ୍ମ ମେ ୨୫ ତାରିଖରେ ସମଗ୍ର ରାଜ୍ୟର ପ୍ରାୟ ତିରିଶ ଟି ପ୍ରେକ୍ଷାଳୟରେ ରିଲିଜ ହେବ ।

ଟ୍ରେଲର ଲୋକାର୍ପଣ ଉତ୍ସବରେ କିନ୍ନର ମେଘନା ସାହୁ, କିନ୍ନର ସମୀକ୍ଷା, ଅଭିନେତା ଦେବାଶିଷ ସାହୁ (ଦେବ୍‌), ରଣବୀର କଲସୀ, ସହପ୍ରଯୋଜକ ମନବୀର ସିଂ କଲସୀ, ସହପ୍ରଯୋଜକ ହିମାଦ୍ରି ତନୟ ଦାସ, ନିର୍ଦ୍ଦେଶକ ଜିତେଶ କୁମାର ପରିଡା ଓ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Related Articles

Back to top button