ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡ଼ା ବିଷୟବସ୍ତୁ

ଭୁବନେଶ୍ବର: ଏଥର ଶିକ୍ଷା ସହ କ୍ରୀଡ଼ା କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିବେ ଛାତ୍ରଛାତ୍ରୀ। ଆସନ୍ତା ଶିକ୍ଷା ବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ କ୍ରୀଡା ବିଷୟବସ୍ତୁ ସ୍ଥାନ ପାଇବ। ଏଥି ସହିତ ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ।କ୍ରୀଡା ବିଭାଗ ଓଡ଼ିଶାରେ କ୍ରିକେଟ ଉପରେ ଆଗାମୀ ଦିନରେ ଫୋକସ କରିବ। ଏନେଇ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୂଚନା ଦେଇଛନ୍ତି।

କ୍ରୀଡ଼ା ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି ଯେ, ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା। କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି। କ୍ରୀଡା ପାଇଁ ୨ ହଜାର ୫ ଶହ କୋଟିର ପ୍ରୋଜେକ୍ଟ ଓଡ଼ିଶାରେ ଚାଲୁରହିଛି। କର୍ପୋରେଟ ଓ କ୍ରୀଡାବିତ୍‌ଙ୍କୁ ନେଇ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ଭ କରାଯାଇଛି। ହକିର ଏନ୍ତୁଡିଶାଳ ଭାବେ ସୁନ୍ଦରଗଡ଼ ଜିଲ୍ଲାରେ ୧୭ଟି ଆଷ୍ଟ୍ରୋ-ଟର୍ଫ ହକି ପଡ଼ିଆ ନିର୍ମାଣ ହୋଇଛି। ଏଥିସହ ରାଜ୍ୟର ସହରାଞ୍ଚଳରେ ୯୦ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ବିକଶିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ୟୁନିଟ-୧ରେ ଫୁଟବଲ ଏକାଡେମୀ ଉଦଘାଟନ କରିବେ।

Related Articles

Back to top button