ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଢେଙ୍କାନାଳ ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ । ସୂଚନା ଦେଲେ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ସୂଚନା ଥାଉକି, ଆସନ୍ତା ୧୭ ତାରିଖରେ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା । ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।

ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ମହା ଜନସମ୍ପର୍କ ଅଭିଯାନ କରୁଛି ଦଳ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ ୪ଟି ମହାସମାବେଶ ହେବ । ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ ।

Related Articles

Back to top button