ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର: ସାମ୍ବାଦିକଙ୍କ ପାଇଁ ବଡ଼ ଘୋଷଣା । ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି । ଏହା ଦ୍ବାରା ରାଜ୍ୟର ୮ ହଜାର ୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ । ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।