ଅଗଷ୍ଟ ୪ରେ ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ

ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହା । ରାଜ୍ୟରେ ସରକାରୀ କାର୍ଯ୍ୟକ୍ରମରେ ଗୃହମନ୍ତ୍ରୀ ଯୋଗ ଦେବାର ଯୋଜନା ରହିଛି ।

ରାତି 10 ଟା 40 ମିନିଟରେ ଅମିତ ଶାହା ଭୁବନେଶ୍ୱରରେ ପହଞ୍ଚିବେ । ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବା ପରେ ଶନିବାର ଦିନ 11 ଟା ରୁ 12 ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନ 12 ଟା ରି 12.30 ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ ।

ଏହା ପରେ 1.20 ମିନିଟରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ 2 ଟା ରୁ 5 ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିବେ । ସନ୍ଧ୍ୟା 6ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲାଉଞ୍ଜରେ ଏକ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅମିତ ଶାହାଙ୍କ ଏହି ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ।

Related Articles

Back to top button