ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍
ହୀରାକୁଦ ଡ୍ୟାମରେ ବୃଦ୍ଧି ପାଉଥିବା ଜଳସ୍ତରକୁ ଦୃଷ୍ଟିରେ ରଖି ଶୁକ୍ରବାର ଡ୍ୟାମର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ଏବେ ଏହି ୫ଟି ଗେଟ୍ ଖୋଲିବା ପରେ ମୋଟ୍ ୭ଟି ଗ୍ୟାଟ୍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସିତ ହେଉଛି।
ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମରେ ଆଜି ୫ଟି ଗେଟ୍ ଖୋଲାଯିବା ନେଇ ଜଳସଂପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏଥିସହ ଗେଟ୍ ଖୋଲିବା ପରେ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କର କିଛି କ୍ଷତି ହେବ ନାହିଁ ବୋଲି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇଛି। ଏଥିପାଇଁ ଅଧିକ ଗେଟ୍ ଖୋଲିବା ପାଇଁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।