ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂଷ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଅର୍ଥାତ ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହେବ ବୋଲି ପ୍ରାରମ୍ଭିକ ଆକଳନରୁ ସୂଚନା ମିଳିଛି । ସେହିଭଳି ୨୫ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ରାଜଧାନୀ ଭୁବନେଶ୍ଵର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବ ମଝିରେ ମଝିରେ ବର୍ଷା ମଧ୍ୟ ହୋଇପାରେ | ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ ।

Related Articles

Back to top button