ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା । ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା । ଏନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଲାଗିରହିବ । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥି ସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧ଓ ୨ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ସପ୍ତାହେ ଧରି ବର୍ଷା ଲାଗି ରହିବ ।