ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣି ବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର (ଆଇଏମଡି)ଙ୍କ ପକ୍ଷରୁ ସୂଚନା ମିଳିଛି।