ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା

ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ପୂର୍ବାଳି ତରଙ୍ଗ ଯୋଗୁଁ ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପଧରଣ ବର୍ଷାର ହେବାର ସମ୍ଭାବନା ରହିଛି । ନଭେମ୍ବର ୫ ଯାଏଁ ବର୍ଷା ଜାରି ରହିବ। ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇପାରେ।

ଅନ୍ୟପଟେ ରାଜ୍ୟରେ ଚଳିତ ବର୍ଷ ଅନୁଭୂତ ହେବ କମ୍‌‌ ଶୀତ। ନଭେମ୍ବରଠାରୁ ଫେବୃଆରୀ ମାସ ପର୍ଯ୍ୟନ୍ତ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଏହାଦ୍ୱାରା ଯେଉଁ ପରିମାଣରେ ଥଣ୍ଡା ହେବା କଥା ତାହା ଅନୁଭୂତ ହେବ ନାହିଁ। ବିଶେଷ କରି ଡିସେମ୍ବର ଓ ଜାନୁଆରୀ ମାସରେ ରାଜ୍ୟରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହେଉଥିବା ବେଳେ ଚଳିତ ବର୍ଷ ଏଥିରେ ବିଲକ୍ଷଣ ଦେଖାଯିବ। ନଭେମ୍ବର ମାସ ଆରମ୍ଭ ହୋଇ ସାରିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଆରମ୍ଭ ହୋଇ ନାହିଁ ଓ ଏହି ପରିସ୍ଥିତି ଆହୁରି କିଛିଦିନ ଲାଗି ରହିବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

Related Articles

Back to top button