ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୩ ତାରିଖରୁ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ତେବେ ୩ ତାରିଖରେ ୪ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କୁହାଯାଇଛି ।

୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୪ତାରିଖରେ ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ରୁ ୧୧ ସେମି ଯାଏଁ ବର୍ଷା ନେଇ ଆକଳନ କରାଯାଇଛି । ସେହିପରି ୫ତାରିଖରେ ୫ଟି ଜିଲ୍ଲାକୁ ଅରେଞ୍ଜ, ୬ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ତେବେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ ଜାରି କରାଯାଇଛି । ୭ରୁ ୨୦ ସେମି ଯାଏଁ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Related Articles

Back to top button