ଓଡ଼ିଶାରେ ୬ଟି ସହରରେ AQI ୩ ଶହ ପାର

ବାୟୂ ପ୍ରଦୂଷଣରେ ଦିଲ୍ଲୀକୁ ଟପିଗଲା ଓଡ଼ିଶା । ଭୁବନେଶ୍ୱର, କଟକ,ବାରିପଦା, ବାଲେଶ୍ୱର ଓ କେନ୍ଦୁଝର ଆଦି ସ୍ଥାନରେ ୩ ଶହ ପାର କରିଛି ଇଣ୍ଡେକ୍ସ ।ବାଲେଶ୍ୱରରର AQI ସର୍ବାଧିକ ୩୩୪ ରହିଛି। ସେହିପରି କଟକରେ ୩୨୦, ବାରିପଦାରେ ୩୧୬, ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି । ସେହିପରି ଅନୁଗୋଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି । ଗତକାଲି ଅପରାହ୍ଣରେ ଦିଲ୍ଲୀର AQI ୩୩୩ ରହିଥିଲା। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏନେଇ ସୂଚନା ରହିଛି ।

୬ ଟି ସହରରେ AIR QUALITY INDEX ବା AQI ୩ ଶହ ପାର କରିଛି । ଅଧିକ ମାତ୍ରାରେ ଯାନବାହାନ ଚଳାଚଳ, ନିର୍ମାଣ କାମ ଭଳି କାରଣ ହେତୁ ଓଡ଼ିଶାରେ ବାୟୁ ପ୍ରଦୂଷଣ ଖରାପ ସ୍ଥିତିରେ ପହଞ୍ଚିଛି। ଦ୍ରୁତ ଶିଳ୍ପାୟନ, ଗଛ କଟା ଓ ଗ୍ରୀନ ହାଉସ୍ ପ୍ରଭାବ ଯୋଗୁ ପରିବେଶ ପ୍ରଦୂଷଣ ବଢୁଥିବା ପରିବେଶବିତ୍ କହିଛନ୍ତି ।AQI କ୍ୟାଟାଗୋରୀ ଅନୁଯାୟୀ, ୨୦୧ରୁ ୩୦୦ ମଧ୍ୟରେ ରହିଲେ ନିମ୍ନମାନର, ୩୦୧ରୁ ୪୦୦ ମଧ୍ୟରେ ରହିଲେ ଅତି ନିମ୍ନମାନର, ୪୦୧ରୁ ୫ଶହ ମଧ୍ୟରେ ଭାଲ୍ୟୁ ରହିଲେ ସିଭିୟର ବୋଲି ଧରାଯାଏ।

Related Articles

Back to top button