ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ମିଳିଲା ଆଶ୍ୱସ୍ତି
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ମିଳିଲା ଆଶ୍ୱସ୍ତି, ଅନ୍ତରୀଣ ସୁରକ୍ଷା ଫେବୃଆରୀ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରଦାପ ଜେନା ଦାୟର କରିଥିବା ଆବେଦନରର ଆଜି ହାଇକୋର୍ଟରେ ଶୁଣାଣି ହୋଇଛି ।ତାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ଫେବ୍ରୁଆରୀ ୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଛି । ତେବେ ଫେବ୍ରୁଆରୀ ୧ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । ଜଷ୍ଟିସ ବି.ପି ରାଉତରାୟଙ୍କୁ ନେଇ ଗଠିତ ଖଣ୍ତପୀଠ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଜାରି କରିଛନ୍ତି ।
ସୂଚନାଥାଉକି, 2021 ଜାନୁଆରି 2 ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ 13 ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ 9 ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।