କାଲି ୨ ହଜାର ଟଙ୍କା ଲେଖାଏଁ ଚାଷୀଙ୍କୁ ମିଳିବ ଟଙ୍କା

ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଚାଷୀଙ୍କ ପାଇଁ ପ୍ରଥମ ଦସ୍ତଖତ କରିଥିଲେ ନରେନ୍ଦ୍ର ମୋଦୀ । ମଙ୍ଗଳବାର ଏହା କାର୍ଯ୍ୟକାରୀ ହେବାକୁ ଯାଉଛି । ଉତ୍ତରପ୍ରଦେଶ ବାରାଣସୀରୁ ପ୍ରଧାନମନ୍ତ୍ରୀ ଦେଶର ପ୍ରାୟ ୯କୋଟି ୨୬ ଲକ୍ଷ ଚାଷୀଙ୍କ ଖାତାକୁ ପଠାଇବେ ପିଏମ କିଷାନ ଟଙ୍କା । ୧୭ତମ କିସ୍ତିରେ ୨୦ ହଜାର କୋଟି ଟଙ୍କା ଡିବିଟି ଜରିଆରେ ଚାଷୀଙ୍କ ଖାତାକୁ ଯିବ । ୨ ହଜାର ଟଙ୍କା ଲେଖାଏଁ ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ଏନେଇ ସୂଚନା ଦେଇଛନ୍ତି କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ।ଏଯାଏଁ ୧୬ଟି କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା ପଠାଇ ସାରିଲେଣି । ତେବେ ମଙ୍ଗଳବାର ପିଏମ କିଷାନ ଉତ୍ସବ ଦିବସରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ନୂଆ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ।

Related Articles

Back to top button