ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ

ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚିତ । ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । କାମଚଳା ବାଚସ୍ପତିଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ସୁରମା । ଦାୟିତ୍ବ ଗ୍ରହଣ ପରେ ଗୃହ ପରିଚାଳନା କଲେ ବାଚସ୍ପତି ।ଗୃହରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା, କଂଗ୍ରେସ ବିଧାୟକ ଦଳ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ରହିସାରିଛନ୍ତି। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରିଛି।ଆଗକୁ ରାଜ୍ୟ ବଜେଟ୍ । ତା’ପୂର୍ବରୁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବଜେଟ୍ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ । ତେଣୁ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତରେ କରାଯିବାର ଆବଶ୍ୟକତା ରହିଛି ।

ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୪-୨୦୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ ପାଇଁ ଏକ ନିର୍ଦ୍ଦିଷ୍ଟ ଫର୍ମାଟ୍ ତିଆରି କରିଛି ।

ୱେବ ପୋର୍ଟାଲ ହେଉଛି budget.odisha.gov.in। ସେହିପରି odisha.budget@gov.in ଠିକଣାରେ ଇ-ମେଲ୍ ମଧ୍ୟ କରିପାରିବେ । ଏହାବ୍ୟତୀତ 94381-61111 ମୋବାଇଲ୍ ନମ୍ବରରେ ବଜେଟ୍ ସମ୍ବନ୍ଧୀୟ ମତାମତ ପଠାଇପାରିବେ।କେବଳ ଏତିକି ନୁହେଁ, ଫେସବୁକ, ଇନଷ୍ଟାଗ୍ରାମ୍ ମାଧ୍ୟମରେ ମଧ୍ୟ ମତ ପଠାଇପାରିବେ। ଏସବୁ ଜରିଆରେ ସାଧାରଣ ଜନତା, ନାଗରିକ ସମାଜ, ବିଭିନ୍ନ ସିଭିଲ୍ ସୋସାଇଟି ସଂଗଠନ ନିଜର ମତାମତ ଜୁନ୍ ୨୦ରୁ ଜୁଲାଇ ୫ ତାରିଖ ଯାଏଁ ପଠାଇପାରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇଛି।

Related Articles

Back to top button