ପ୍ରବଳ ବର୍ଷାରେ ଭିଜିବ ସାରା ଓଡିଶା : ୨୬ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

ଆସୁଛି ବଡ ବର୍ଷା। ପ୍ରବଳ ବର୍ଷାରେ ଭିଜିବ ସାରା ଓଡିଶା।ଆସନ୍ତା ୨୬ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ଯାହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆସନ୍ତା ୪ରୁ ୫ ଦିନ ଯାଏଁ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶlର କିଛି ସ୍ଥାନରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତାକାଲି ସାରା ରାଜ୍ୟକୁ ମୌସୁମୀ ଛୁଇଁଛି । ମୌସୁମୀ ସକ୍ରିୟ ଯୋଗୁଁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ୨୬ରୁ ବଢ଼ିବ ବର୍ଷାର ପରିମାଣ । ଏନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Related Articles

Back to top button