ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ

ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜାଙ୍କୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଆଜି ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚର ବରିଷ୍ଠ ଆଇଏଏସ ଅଫିସର ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ।

କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜୋ ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ। ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ। ମନୋଜ ଆହୁଜାଙ୍କୁ ନୂଆ ମୁଖ୍ୟ ଶାସନ ସଚିବ ନିଯକ୍ତି ସହ ପ୍ରଦୀପ କୁମାର ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦିଆଯାଇଛି।

Related Articles

Back to top button