ଆଉ କିଛି ସମୟ ପରେ ମହାପ୍ରଭୁ ଆଡପମଣ୍ଡପକୁ ବିଜେ କରିବେ।

ଆଉ କିଛି ସମୟ ପରେ ମହାପ୍ରଭୁ ଆଡପମଣ୍ଡପକୁ ବିଜେ କରିବେ। ଆଜି ରଥ ଉପରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ସରିବା ପରେ ଆରମ୍ଭ ହେବ ପହଣ୍ଡି ବିଜେ। ସକାଳୁ ରଥାରୂଢ ଶ୍ରୀବିଗ୍ରହଙ୍କ ମଙ୍ଗଳ ଆଳତୀ ପରେ ଅନ୍ୟାନ୍ୟ ନୀତି ବଢିଥିଲା । ସଂଧ୍ୟାଧୂପ ପରେ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହେବ ।ଗତକାଲି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ବାହୁଡି ଆସିଛନ୍ତି ଦାରୁ ଦେବତା । ତିନିରଥ ଗୁଣ୍ଡିଚା ମନ୍ଦିରରେ ଲାଗିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ବଢିଥିଲା, ଗତକାଲି ରାତିରେ ମହାପ୍ରଭୁଙ୍କୁ ପହୁଡ କରାଯାଇଥିଲା । ଆଜି ସକାଳେ ତିନିରଥରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଅନୁଷ୍ଠିତ ହୋଇଥିଲା । ଏହାପରେ ମଇଲମ,ତଡପଲାଗି, ଅବକାଶ, ବେଶ ଶେଷ ,ଗୋପାଳବଲ୍ଲଭ, ସକାଳଧୂପ, ମଧ୍ୟାହ୍ନଧୂପ ଶେଷ ହୋଇଛି । ଆଉ କିଛି ସମୟ ପରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ଓ ସଂଧ୍ୟା ଆଳତୀ ବଢିବା ପରେ ପହଣ୍ଡି ଆରମ୍ଭ ହେବାକୁ ସ୍ଥିର କରାଯାଇଛି । ସେଥିପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

Related Articles

Back to top button