ଶୋକ ପ୍ରସ୍ତାବ ଆଗତ ପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରଲୋକ ଗମନ କରିଥିବା ପୂର୍ବତନ ମନ୍ତ୍ରୀ ଡମ୍ବୁରଧର ଉଲ୍ଲାକା, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ, ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ପୂର୍ବତନ ମନ୍ତ୍ରୀ କମଳା ଦାସ ଓ ପୂର୍ବତନ ସଦସ୍ୟା ଭି. ସୁଜ୍ଞାନୀ କୁମାରୀ ଦେଓଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ସେହିପରି ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢୀ, ବିଶିଷ୍ଟ ସମାଜ ସେବୀ ପଦ୍ମଶ୍ରୀ କମଳା ପୂଜାରୀ ଏବଂ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମଧ୍ୟ ଆଗତ ହୋଇଛି ଶୋକ ପ୍ରସ୍ତାବ । ଏହି ଶୋକ ପ୍ରସ୍ତାବକୁ ସମର୍ଥନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ଶୋକ ପ୍ରସ୍ତାବ ଆଗତ ହେବାପରେ ଗୃହକାର୍ଯ୍ୟକୁ ଆସନ୍ତାକାଲି ପାଇଁ ମୁଲତବୀ କରିଛନ୍ତି ବାଚସ୍ପତି ସୁରମା ପାଢୀ ।

Related Articles

Back to top button