ବିଧାନସଭାରେ ଉପସ୍ଥାପନା ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ
ରାଜ୍ୟରେ ଆସନ୍ତା କାଲି ଆଗତ ହେବ ବିଜେପି ସରକାରର ପ୍ରଥମ ବଜେଟ । ଏହା ପୂର୍ବରୁ ବିଧାନସଭାରେ ଉପସ୍ଥାପନା ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ଏହି ରିପୋର୍ଟରେ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଓଡିଶାର ଅର୍ଥନୀତି ୮.୫ ପ୍ରତିଶତ ଅଭିବୃଦ୍ଧି ହାସଲ କରିବ ବୋଲି ଆକଳନ କରାଯାଇଛି । ଗତ ଥର ଅର୍ଥାତ ଆର୍ଥିକ ବର୍ଷ ୨୦୨୨-୨୩ରେ ୭.୯ ପ୍ରତିଶତ ଥିଲା ।ଅର୍ଥନୈତିକ ସର୍ଭେ ରିପୋର୍ଟରେ କୁହାଯାଇଛି ଯେ, ଓଡ଼ିଶାର ମୁଣ୍ଡପିଛା ଆୟ ୧,୬୧,୪୩୬ ଟଙ୍କା ରହିଛି । ଯାହା ଭାରତର ମୁଣ୍ଡପିଛା ଆୟ ୧,୮୪,୨୦୫ ଟଙ୍କା ଠାରୁ ୧୨.୪% ପ୍ରତିଶତ କମ୍ । ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଛା ଆୟ ୧୨.୧ ପ୍ରତିଶତ ସିଜିଆର ରେ ବୃଦ୍ଧି ପାଇଥିବା ବେଳେ ୧୭ ଟି ପ୍ରମୁଖ ରାଜ୍ୟ ତାଲିକାରେ ଓଡ଼ିଶା ୨୦୨୨-୨୩ ରେ ୧୧ ତମ ସ୍ଥାନରେ ରହିଛି । ନାଗରିକଙ୍କ ମୁଣ୍ଡପିଛା ଆୟ ବୃଦ୍ଧି ଏବଂ ବିକଶିତ ଭାରତର ଲକ୍ଷ୍ୟ ସାଧନ ପାଇଁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ରାଜ୍ୟ ଏହାର ବିକାଶମୂଳକ ଏବଂ ଅଭିବୃଦ୍ଧି ପ୍ରୟାସକୁ ତ୍ୱରାନ୍ୱିତ କରିବାକୁ ପର୍ତୁଶୃତିବଦ୍ଧ ବୋଲି ସରକାର କହିଛନ୍ତି ।