ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି

କେରଳରେ ଭୟଙ୍କର ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମାଟି ଅତଡା ତଳୁ ଏପର୍ଯ୍ୟନ୍ତ ୮୪ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତ୍ୟ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା ରହିଛି । କେରଳ ୱାୟନାଡରେ ଭୀଷଣ ବର୍ଷା ଯୋଗୁ ଭୟଙ୍କର ଭୂସ୍ଖଳନ ହୋଇଛି । ମୃତକଙ୍କ ମଧ୍ୟରେ କିଛି ଛୋଟ ପିଲା ମଧ୍ୟ ରହିଥିବା କୁହାଯାଉଛି । ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ବାହାରକୁ ଆଣିବା ପାଇଁ ରେସ୍କ୍ୟୁ ଅପରେସନକୁ ଜୋରଦାର କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ଭାରତୀୟ ସେନାକୁ ନିୟୋଜିତ କରାଯାଇଛି । ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି । ଏହା ସହ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ଲୋକଙ୍କୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସେହିପରି ଆହତଙ୍କୁ ୫୦ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯିବ ।

Related Articles

Back to top button