ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ଅବସରରେ ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର‌୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବା କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button