ଆଜି ମହାପ୍ରଭୁ ଜଗନ୍ନାଥଙ୍କ ବନକଲାଗି ନୀତି ।

ଆଜି ମହାପ୍ରଭୁ ଜଗନ୍ନାଥଙ୍କ ବନକଲାଗି ନୀତି । ତେଣୁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିଛି ସାଧାରଣ ଦର୍ଶନ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅନୁଷ୍ଠିତ ହୋଇଛି ଏହି ନୀତି । ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିରୁଛନ୍ତି ଦ୍ବିପହର ଧୂପ ସରିବା ପରେ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button