ଆସନ୍ତା ୨୪ ଓ ୨୫ ତାରିଖ ବେଳକୁ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା

ଦକ୍ଷିଣ ବାଂଲାଦେଶ ଓ ତତସଂଲଗ୍ନ ଅଂଚଳରେ ଏକ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହାସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ଆଜି ଓ କାଲି ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ,ଝାରସୁଗୁଡା,ବରଗଡ,ସମ୍ବଲପୁର, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଓ ୨୫ ତାରିଖ ବେଳକୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

Related Articles

Back to top button