ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨ ଦିନରେ ଲଘୁଚାପ କ୍ଷେତ୍ର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡକୁ ମୁହାଁଇବ ବୋଲି ସୂଚନା ମିଳିଛି । ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button