ତିନୋଟି ବନ୍ଦେ ଭାରତ ଟ୍ରେନର ଆସନ୍ତା କାଲି ଶୁଭାରମ୍ଭ କରିବେ ମୋଦୀ
ପ୍ରଧାନମନ୍ତ୍ରୀଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ଆତ୍ମନିର୍ଭର ଭାରତ ସ୍ୱପ୍ନକୁ ସାକାର କରି ଅତ୍ୟାଧୁନିକ ବନ୍ଦେ ଭାରତ ଏକ୍ସପ୍ରେସ୍ ମିରଟ-ଲକ୍ଷ୍ନୌ, ମଦୁରାଇ – ବେଙ୍ଗାଲୁରୁ ଏବଂ ଚେନ୍ନାଇ – ନାଗରକୋୟଲାର ତିନୋଟି ମାର୍ଗରେ ଯୋଗାଯୋଗରେ ଉନ୍ନତି ଆଣିବ। ମେରଠ ସିଟି – ଲକ୍ଷ୍ନୌ ବନ୍ଦେ ଭାରତ ଯାତ୍ରୀମାନଙ୍କୁ ଦୁଇ ସହର ମଧ୍ୟରେ ବର୍ତ୍ତମାନର ଦ୍ରୁତତମ ଟ୍ରେନ୍ ତୁଳନାରେ ପ୍ରାୟ ୧ ଘଣ୍ଟା କମ ସମୟରେ ପହଞ୍ଚାଇବ।ସେହିଭଳି ଚେନ୍ନାଇ ଏଗମୋର- ନାଗରକୋୟଲ ବନ୍ଦେ ଭାରତ ଏବଂ ମଦୁରାଇ-ବେଙ୍ଗାଲୁରୁ ବନ୍ଦେ ଭାରତ ଟ୍ରେନ୍ ଯଥାକ୍ରମେ ୨ ଘଣ୍ଟାରୁ ଅଧିକ ଏବଂ ପ୍ରାୟ ୧ ଘଣ୍ଟା ୩୦ ମିନିଟ୍ ସଞ୍ଚୟ କରି ଯାତ୍ରା କରିବ। ଏହି ନୂତନ ବନ୍ଦେ ଭାରତ ଟ୍ରେନ୍ ଉତ୍ତର ପ୍ରଦେଶ, ତାମିଲନାଡୁ ଏବଂ କର୍ଣ୍ଣାଟକକୁ ସେବା ପ୍ରଦାନ କରିବ।