୮ ତାରିଖରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୮ ତାରିଖ ପଶ୍ଚିମ ଓଡ଼ଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।୮ ତାରିଖରେ ହିଁ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ । ସେହିଦିନ ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ବି ରହିଛି । ଅପରାହ୍ନରୁ ସଂଧ୍ୟା ପର୍ଯ୍ୟନ୍ତ ଏକାଧିକ ନୂଆଖାଇ ଭେଟଘାଟରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ ସମ୍ବଲପୁରରେ ପହଞ୍ଚି ଅପରାହ୍ନ ଗୋଟାଏ ୧୦ରେ ମା’ ସମଲେଶ୍ୱରୀ ମନ୍ଦିର ଯାଇ ମା’ଙ୍କ ଦର୍ଶନ କରିବା ସହ ନୁଆ ଖାଇବେ ।

Related Articles

Back to top button