ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ରେଳମନ୍ତ୍ରୀଙ୍କ ଚିଠି

ପୂର୍ବତଟ ରେଳ ବିଭାଗରେ ଗଡିବ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନ । ଏଥିରେ ଓଡିଶା ପାଇଁ ରହିଛି ୩ଟି । ଆଗାମୀ ୧୫ ତାରିଖରେ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେଣୁ ବିଭାଗୀୟ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ୟ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ଦେଇ ଅନୁରୋଧ କରିଛନ୍ତି।ସୂଚନା ମୁତାବକ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ୟ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

Related Articles

Back to top button