ମଙ୍ଗଳବାର ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ରହିବ ବନ୍ଦ

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

କହିରଖୁଛୁ ଯେ ଆସନ୍ତା ୧୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି । ଏହି ଗସ୍ତ ସମୟରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ପିଏମ ମୋଦିଙ୍କ ଏହି ସମ୍ପୂର୍ଣ୍ଣ ଗସ୍ତର ସୂଚୀ ବର୍ତ୍ତମାନ ସାମ୍ନାକୁ ଆସିଛି । ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୧୭ ତାରିଖ ୧୧.୩୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ସଡକ ପଥ ଦେଇ ୧୧.୫୫ ମିନିଟରେ ଭୁବନେଶ୍ୱର ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ଦିନ ୧୨ଟାରୁ ୧ ଘଟିକା ପର୍ଯ୍ୟନ୍ତ ଜନତା ମଇଦାନର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।

Related Articles

Back to top button