୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ପୁଣି ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଆଗାମୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ରାଜ୍ୟର କେତେକାଂଶ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୨୩ ତାରିଖରେ ଉତ୍ତର ପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୨୩,୨୪ ରେ ସାରା ରାଜ୍ୟରେ ବର୍ଷା ହେବ। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ ଏହାର ଗତିପଥ।ଫଳରେ କେଉଁ ଜିଲ୍ଲା ରେ ଏହାର କେତେ ପ୍ରଭାବ ପଡ଼ିବ ତାହା ପରବର୍ତ୍ତୀ ସମୟରେ ଜଣାପଡ଼ିବ।

Related Articles

Back to top button