ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ କରାଯାଇଛି ନିଷିଦ୍ଧ। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି। ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ 1955 ର 21 – ଖ (କ) ଧାରା ଅନୁସାରେ ଏହି ନିଳମ୍ବନ ଆଦେଶ ଜାରି କରାଯାଇଛି। ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି।