ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ ଅନୁଷ୍ଠିତ

ଆଶ୍ୱିନ ଶୁକ୍ଲ ଚତୁର୍ଦ୍ଦଶୀ ତିଥି ଅର୍ଥାତ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ମହାପ୍ରଭୁଙ୍କ ଗୁପ୍ତ ନୀତି । ସେଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନଙ୍କ ଦ୍ୱାରା ଏହି ନୀତି ସମ୍ପର୍ଣ କରାଯିବ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀମୁଖକୁ ଶୃଙ୍ଗାର କରିବେ ।

Related Articles

Back to top button