ବିଭାଗୀୟ ଅନୁମୋଦନ ପାଇଲା ୫୫ ଗୋଟି ହସ୍ତଶିଳ୍ପ
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦିପ ବଳ ସାମନ୍ତ ଏହାକୁ ଅନୁମୋଦନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଏହି ୫୫ ଗୋଟି ହସ୍ତଶିଳ୍ପର ଅନୁମୋଦନ ପାଇଁ ସୁପାରିଶ କରିଥିବା ବେଳେ ହସ୍ତଶିଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତି ଛୋଟରାୟ ଏହାର ପ୍ରସ୍ତାବ ରଖିଥିଲେ।ସୂଚନାଯୋଗ୍ୟ, ପୂର୍ବରୁ ୫୧ ଗୋଟି ହସ୍ତଶିଳ୍ପକୁ ଅନୁମୋଦନ ମିଳିଥିଲା । ଏବେ ଏହି ତାଲିକାକୁ ସଂଶୋଧନ କରାଯାଇ ନୂତନ ଭାବେ ୫୫ ଗୋଟି ହସ୍ତଶିଳ୍ପକୁ ରାଜ୍ୟ ସରକାରଙ୍କ ମାନ୍ୟତପ୍ରାପ୍ତ ହସ୍ତଶିଳ୍ପ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି।