ଜାନୁଆରିରେ ମିଳିବ ନୂଆ ରାସନ କାର୍ଡ : ଯୋଗାଣ ମନ୍ତ୍ରୀ
ମନ୍ତ୍ରୀଙ୍କ ବଡ ଘୋଷଣା। ଜାନୁଆରିରେ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ।ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି।ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ। ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ।
ଏବେ ବି ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ। ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ।